Skip to product information
1 of 1

Black Eagle Books

Abyakta Akhyara

Abyakta Akhyara

Regular price €18,95 EUR
Regular price Sale price €18,95 EUR
Sale Sold out
Shipping calculated at checkout.
Format
Quantity

'ଅବ୍ୟକ୍ତ ଅକ୍ଷର' ସୁଖ-ଦୁଃଖ, ଏକେଲାପଣ ଓ ଅନ୍ତରାତ୍ମାର ତୃପ୍ତି ଭିତରେ ଯେଉଁ ଧୂସର କୋଠରୀ ସବୁ ରହିଛି, ସେଇ ସ୍ଥାନରେ ଏଣେତେଣେ ଘୂରିବୁଲନ୍ତି । ଏଇ ଅକ୍ଷର ମାନଙ୍କର ଅସହାୟତାପଣ ଏହିକି ଯେ, ସେମାନେ ଶବ୍ଦ ତିଆରି କରିପାରିନାହାଁନ୍ତି । ସେମାନେ କାଳିରେ ଉତ୍ତାରି ହୋଇନାହାଁନ୍ତି । କିନ୍ତୁ ସେ ଅକ୍ଷର ସବୁର ମହତ୍ତ୍ୱ ମାପିପାରିବା ବହୁତ କଷ୍ଟକର ବ୍ୟପାର । ପୁସ୍ତକରେ ସ୍ଥାନିତ କବିତାଗୁଡ଼ିକ କୌଣସି ବିପ୍ଳବର ଉପୋଦ୍]ଘାତ କରିବା ପାଇଁ କିମ୍ବା ଭଙ୍ଗା ହୃଦୟକୁ ଆହୁରି ଭାଙ୍ଗିବାକୁ ପ୍ରଣୋଦିତ ନୁହଁନ୍ତି । ସମସ୍ତ କବିତାର ଉଦ୍ଦେଶ୍ୟ ହେଲା ମନର ସଂଗୁପ୍ତ କୋଣରେ ହାଲିଆ ହେଇ ବିଶ୍ରାମ ନେଉଥିବା ମାନବୀୟ ସମ୍ବେଦନଶୀଳତାକୁ ଟିକିଏ ଉଜାଗର କରିବା । ପ୍ରାଚୁର୍ଯ୍ୟର ବିସ୍ତାରୀକରଣ ଭିତରେ, ଉପଭୋକ୍ତାବାଦର ଜୟଜୟ ଧ୍ୱନି ଭିତରେ ଅସହାୟ ପ୍ରାଣକୁ ଆମେ ଟିକେ ଅନେଇବା । ତା'ପରେ ବ୍ୟଥିତ ହେବେ କି ବିପ୍ଲବ କରିବେ କି ପରିବର୍ତ୍ତନର ଧ୍ୱନିକୁ ଶାଣିତ କରିବେ, ସେ ସବୁ ଶୂନ୍ୟସ୍ଥାନ ପୂରଣ କରିବା ପାଠକମାନଙ୍କର ସ୍ୱାଧୀନଚେତା ମନୋଭାବ ଏବଂ ସ୍ପର୍ଶକାତରତା ଉପରେ ନିର୍ଭରଶୀଳ । ସେଇ ଶୂନ୍ୟସ୍ଥାନମାନଙ୍କରେ ଅବ୍ୟକ୍ତ ଅକ୍ଷରଗୁଡ଼ିକର ପ୍ରତିଧ୍ୱନି ନିଶ୍ଚେ ଶୁଭିବ ଓ ଏହି କବିତାମାନଙ୍କରେ ବିଜ୍ଞାନ ପ୍ରତି କିଛି ଅବିଚାର ହୋଇଥାଇପାରେ । ସାତଭାୟାର ଝାଉଁବଣ ସ୍ମୃତି ରୋମନ୍ଥନ କରିବା, ବିଦ୍ୟାଳୟ ବାରଣ୍ଡା ଦୁଃଖରେ ମ୍ରିୟମାଣ

Author: Amrit Ruturaj
Publisher: Black Eagle Books
Published: 04/19/2023
Pages: 130
Binding Type: Paperback
Weight: 0.38lbs
Size: 8.50h x 5.50w x 0.31d
ISBN: 9781645603733
Language: Oriya

This title is not returnable

View full details